top4-2 trending Uncategorized

ବିଶ୍ୱକୁ ‘କରୋନା’ ଆତଙ୍କ: ଚୀନରେ ମୃତ୍ୟୁ ସଂଖ୍ୟା ଛୁଇଁଲା ୭୨୩

ବେଜିଂ:  ଚୀନରେ କରୋନା ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁସଂଖ୍ୟା ୭୨୩ରେ ପହଞ୍ଚିଛି। ସଂକ୍ରମଣକାରୀଙ୍କ ସଂଖ୍ୟା ୩୪, ୮୦୦କୁ ବୃଦ୍ଧିପାଇଛି। ହୁବେଇ ପ୍ରଦେଶ ପରିସ୍ଥିତି ସାଂଘାତିକ ହୋଇପଡ଼ିଛି। ଏଠାରେ ୮୧ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଇଛି। କରୋନା ଏବେ ଅଧିକ ଭୟଙ୍କର ହେବାରେ ଲାଗିଛି।  ଏହା ବିଶ୍ୱବାସୀଙ୍କୁ ଆତଙ୍କିତ କରିପକାଇଛି। ବର୍ତ୍ତମାନ ସୁଦ୍ଧା ୨୭ ଦେଶକୁ କରୋନା ଭାଇରସ୍‌ ସଂକ୍ରମଣ ହୋଇସାରିଛି।
ଜାପାନର କ୍ରୁସ୍‌ ଲାଇନର ଜାହାଜରେ ଥିବା ୩,୭୦୦ ଯାତ୍ରୀଙ୍କୁ କରୋନା ଭାଇରସ୍‌ ଯୋଗୁ ଅଲଗା ରଖାଯାଇଛି। ଏଥିରେ ଭାରତର ୧୩୮ ଜଣ ଥିବା ସୂଚନା ମିଳିଛି। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସେମାନଙ୍କ ପ୍ରତି ଦୃଷ୍ଟି ଦିଆଯାଉଛି। କୋଚିରେ ୧୫ ଛାତ୍ର ପହଞ୍ଚିଥିବାବେଳେ ସେମାନଙ୍କୁ ଡାକ୍ତରୀ ପରୀକ୍ଷା କରାଯାଇଛି। ସେପଟେ ହଂକଂରେ ଜଣେ ଓ ଫାଲିପାଇନ୍ସରେ ଜଣେ ବ୍ୟକ୍ତି ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡିଛି।  ଚୀନକୁ ଛାଡ଼ି ବିଣ୍ବରେ ସଂକ୍ରମିତଙ୍କ ସଂଖ୍ୟା ୩୩୨ରେ ପହଞ୍ଚିଛି। କରୋନାକୁ ରୋକିବା ଲାଗି ଆମେରିକା ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବ ବୋଲି ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି।
ଜଣା ପଡିଛି ଯେ, ଏହି ରୋଗରେ ଆକ୍ରାନ୍ତ ୬୦ ବର୍ଷିୀୟ  ଆମେରିକୀୟ ମହିଳାଙ୍କ ଗୁରୁବାର ଚୀନରେ ମୃତ୍ୟୁ ଘଟିଥିଲା।  ଜାପାନର ଜଣେ ବ୍ୟକ୍ତି ମଧ୍ୟ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ଚୀନ ଛଡ଼ା ଏବେସୁଦ୍ଧା ଜାପାନରେ ୮୯, ସିଙ୍ଗାପୁରରେ ୩୩, ଥାଇଲାଣ୍ଡରେ ୩୨, ଦକ୍ଷିଶ କୋରିଆରେ ୨୪ ଜଣ କରୋନା ଭାଇରସ୍‌ରେ ଆକ୍ରାନ୍ତ ଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *