ଆଥଲେଟିକ୍ସ

ଆଜି ଜାତୀୟ କ୍ରୀଡ଼ା ଦିବସ: ୧୯ ଆଥଲେଟ୍‌ଙ୍କୁ ଦିଆଯିବ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ: ଆଜି ଜାତୀୟ କ୍ରୀଡ଼ା ଦିବସ। ହକି ଲିଜେଣ୍ଡ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ପ୍ରତିବର୍ଷ ଆଜିର ଦିନକୁ ଜାତୀୟ କ୍ରୀଡ଼ା ଦିବସ ଭାବେ ପାଳନ କରାଯାଉଛି। ପ୍ରତି ମଣିଷ ଜୀବନରେ ଖେଳର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଏ।

ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅର୍ଜୁନ ଓ ଖେଳ ରତ୍ନ ପୁରସ୍କାର ପ୍ରଦାନ କରିବେ। ଓଡ଼ିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର ମିଳିବ। ଏଥିସହ କ୍ରିକେଟର ରବୀନ୍ଦ୍ର ଜାଡ଼େଜା, ମହିଳା କ୍ରିକେଟର୍ ପୁନମ ଯାଦବ, ଆଥଲେଟ ତେଜିନ୍ଦର ପାଲ ସିଂ ତୁରଙ୍କ ଭଳି ୧୯ ଜଣ ଆଥଲେଟଙ୍କୁ ଅର୍ଜୁନ ପୁରସ୍କାର ମିଳିବ।

Leave a Reply

Your email address will not be published. Required fields are marked *